ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ପ୍ରଭାବରେ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି। ଅଧିକାଂଶ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ପାଇଁ କୁହାଯିବା ସହ ୨୪ଘଣ୍ଟିଆ ଜରୁରୀକାଳୀନ କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଅଧିକ ହେଲେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ ସେଥିପାଇଁ ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ସଜାଗ ରହିବାକୁ କୁହାଯାଇଛି।