ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଗୁରୁତର ଅସୁସ୍ଥ ହୋଇ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ନିଃଶ୍ଵାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ସଙ୍ଗେସଙ୍ଗେ ଡାକ୍ତରଖାନ ନିଆଯାଇଥିଲା। ତାଙ୍କୁ ବର୍ତ୍ତମାନ ଆଇସିୟୁରେ ରଖାଯାଇଛି। ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏମ୍ସ ପକ୍ଷରୁ ମେଡିକାଲ ବୁଲେଟିନ୍ ମଧ୍ୟ ଜାରି କରାଯାଇଛି। ଯେଉଁଥିରେ ଅରୁଣ ଜେଟଲୀଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ପ୍ରକାଶ ପାଇଛି। ଅରୁଣ ଜେଟଲୀଙ୍କ ଅସୁସ୍ଥ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ଏମ୍ସରେ ପହଞ୍ଚି ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଥିଲେ। ଏହାସହ ବିଜେପି ଅଧ୍ୟକ୍ଷ ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, ବାଚସ୍ପତି ଓମ୍ ବିର୍ଲା, ବର୍ତ୍ତମାନର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏମ୍ସ ଯାଇ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଥିଲେ।