ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାକି ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ଆଜିଠାରୁ ସାରା ରଜ୍ୟରେ ବର୍ଷା ଲାଗିରହିବ। ବିଶେଷ କରି ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ଅନେକ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ବଜ୍ରପାତ ଓ ବର୍ଷା ନେଇ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୁଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱରକୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।