ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୁଇ ଦିନ ଧରି ବର୍ଷା ଲାଗି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଯେଉଁଥିରେ ଗଞ୍ଜାମ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି। ଆଗମୀ 24ଘଣ୍ଟା ଭିତରେ ବର୍ଷା ଜାରି ରିହବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ସବୁ ସ୍କୁଲକୁ ବୁଧବାର ଛୁଟି ଘୋଷଣା କରାଯାଇଛି। ତେବେ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।