ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତି ବର୍ଷ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ପତକା ଉତ୍ତୋଳନ କରିଥାନ୍ତି। ହେଲେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ କଟକରେ ପତାକା ଉତ୍ତୋଳନ କରିବେ ନାହିଁ। ଚଳିତ ବର୍ଷ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକରେ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପାରେଡ଼ ଉତ୍ସବରେ ମୁଖ୍ୟମନ୍ତ୍ରୀ ଅତିଥି ଭାବେ ଯୋଗ ଦେବେ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ୟାରେଡରେ ରାଜ୍ୟପାଳ ପତାକା ଉତ୍ତୋଳନ କରିବେ ଏବଂ ମୁଖ୍ୟମନ୍ତ୍ରୀ ଏଠାରେ ଉପସ୍ଥିତ ରହିବେ ବୋଲି ଜଣା ପଡ଼ିଛି ।