ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା। କାଞ୍ଚନଜଙ୍ଗା ସିଲିଗୁଡ଼ି ଜିଲ୍ଲାରେ ଏକ୍ସପ୍ରେସ ଟ୍ରେନକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍। । ତେବେ ବର୍ତ୍ତମାନ ସୁଦ୍ଧା ୫ ମୃତ, ୨୫ ଆହତ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏକ୍ସପ୍ରେସର ୩ଟି ବଗି କ୍ଷତିଗ୍ରସ୍ତ ହୋଇଛି । ନ୍ୟୁ ଜଳପାଇଗୁଡ଼ି ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ସକାଳ ୯ଟା ସମୟରେ ଘଟିଛି। ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । କାଞ୍ଚନଜଙ୍ଗା ଏକ୍ସପ୍ରେସ ଅଗରତାଲାରୁ ସିଆଲଦା ଅଭିମୁଖେ ଯାଉଥିଲା ବେଳେ ନ୍ୟୁ ଜଳପାଇଗୁଡ଼ି ଷ୍ଟେସନରେ ଛି଼ଡ଼ା ହୋଇଥିଲା, ଏତିକିବେଳେ ପଛ ପଟରୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍। ଦୁର୍ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍, ମେଡିକାଲ୍ ଟିମ୍, ଏନଡିଆରଏଫ୍ ନିୟୋଜିତ ରହିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ପାଇବା ପରେ ପୋଲିସ, ରେଳ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ କାର୍ଯ୍ୟ ଆରମ୍ଭ ହୋଇଛି। ଟ୍ରାକରୁ ବଗି ହଟାଇ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, କାଞ୍ଚନଜଙ୍ଗାର ତିନୋଟି ବଗି ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ସେପଟେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦୁର୍ଘଟଣା ସ୍ଥଳ ଅଭିମୁଖେ ବାହାରି ସାରିଛନ୍ତି। ଟ୍ରେନ୍ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ କହିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରୀ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । NDRF, SDRF ଓ ରେଲୱେର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତୁରନ୍ତ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି ।