ମାଡ଼ି ଆସୁଛି ଆଉ ଏକ ଲଘୁଚାପ: ରେଡ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସୁଛି ଆଉ ଏକ ଲଘୁଚାପ । ପ୍ରଭାବରେ ଅଗଷ୍ଟ ପହିଲାରୁ ସପ୍ତାହ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ। କୋରାପୁଟ, ମାଲାକାନଗିରି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିସହ କଳାହାଣ୍ଡି, ନୂଆପଡ଼ା, ବରଗଡ, ସୋନପୁର, ବଲାଙ୍ଗୀର ଓ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଦକ୍ଷିଣ ଓ ଉପକୂଳ ଓଡିଶାର କେତେକ ଜିଲ୍ଲାରେ ବି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଛି । ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ମୌସୁମି ଅଧିକ ସକ୍ରିୟ ହେବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ହେତୁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *