କଟକ ଜିଲ୍ଲାପାଳ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ  ସେହିପରି ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କଟକ ଜିଲ୍ଲାପାଳ ତଥା ୨୦୨୧ର ଆଇଏଏସ୍‌ ଅଫିସର ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ତଥା ୨୦୨୨ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ  ତରଫରୁ ବିଜ୍ଞପ୍ତି ମାଧ୍ୟମରେ ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *