ଆସନ୍ତା କାଲି ଠାରୁ ରାଜ୍ୟରେ ବର୍ଷା ବଢ଼ିବ। ଆସନ୍ତା ୩ ରୁ ୪ଦିନ ରାଜ୍ୟରେ ବର୍ଷା ଅଧିକ ରହିବ। ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷିବ। ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ପ୍ରଭାବରେ ମୌସୁମୀ ଏବେ ସକ୍ରିୟ ରହିବ। ତେଣୁ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା କାଲି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ। ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ଆଶଙ୍କା ଅଛି। ୨୧ ତାରିଖରେ ବର୍ଷା ପରିମାଣ ଆହୁରି ବଢ଼ିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଉପକୂଳ ଓଡ଼ିଶାର ମଧ୍ୟ କେତେକ ସ୍ଥାନରେ ବର୍ଷା ହୋଇପାରେ।