ଉତ୍ତର ଓଡ଼ିଶାକୁ ପ୍ରବଳ ବର୍ଷା: ସୃଷ୍ଟି ହେଲା ବନ୍ୟା ଭୟ

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ଲଗାଣ ବର୍ଷା । ଉତ୍ତର ଓଡ଼ିଶାରୁ ଉପକୂଳ ଏବଂ ଉପକୂଳରୁ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ ବର୍ଷା ଜାରି ରହିଛି । ଅସ୍ତବ୍ୟସ୍ତ ଜନଜୀବନ । ବନ୍ୟା ସ୍ଥିତିରୁ ଲୋକେ ଏଯାଏଁ ସମ୍ପୂର୍ଣ୍ଣ ମୁକୁଳି ନଥିବା ବେଳେ ଲଘୁଚାପ ବର୍ଷା ତଳିଆ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ାଇଛି ।

ଉପକୂଳ ସମେତ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଛି। ବର୍ଷା ଯୋଗୁଁ ରାଜଧାନୀ ଭୁବନେଶ୍ୱରର ଅନେକ ରାଜରାସ୍ତାରେ ପାଣି ଜମିଥିବା ବେଳେ କଟକର ତଳିଆ ଅଞ୍ଚଳରେ ମଧ୍ୟ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ଭଦ୍ରକ, ବାଲେଶ୍ୱର, ସମେତ ଉପକୂଳ ଜିଲ୍ଲାରେ ବର୍ଷା ଲାଗି ରହିଛି। ପଶ୍ଚିମ ଓଡ଼ିଶାର ଅନେକ ଜିଲ୍ଲାରେ ମଧ୍ୟ ବର୍ଷା ପ୍ରଭାବ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝରକୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *