ୱେଷ୍ଟବେଙ୍ଗଲ ଓ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ଦେଖାଦେଇଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶା ସମତେ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ା। ସେହିପରି ବାଲେଶ୍ୱର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୋଦ୍ଧ, ସୋନପୁର, ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ସମୁଦ୍ର ଅଶାନ୍ତ ରହିଥିବାରୁ ତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରାଯାଇଛି।