ମାଡି ଆସୁଛି ଅଦିନିଆ ଲଘୁଚାପ,ଭିଜିବ ସାରା ଓଡ଼ିଶା: ଜାଣନ୍ତୁ କେବେ ଓ କେଉଁଠି ହେବ ପ୍ରବଳ ବର୍ଷା

ନଭେମ୍ବର ୧୪ ତାରିଖରେ ଲଘୁଚାପ ସମ୍ଭାବନା । ଫଳରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ନଭେମ୍ବର ୧୩ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଧୀରେ ଧୀରେ ପଶ୍ଚିମ ଓ ଉତ୍ତର ପଶ୍ଚିମକୁ ଗତି କରିବ, ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହା ବାତ୍ୟାର ରୂପ ନେବ ନା ନାହିଁ ଏନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଜାରି କରାଯାଇନାହିଁ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଏହି ଅବପାତ ପ୍ରଭାବରେ ଆସନ୍ତା ୧୫ ଓ ୧୬ ତାରିଖ ବେଳକୁ ଦକ୍ଷିଣ-ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ତେବେ ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୧୮  ତାରିଖ ବେଳକୁ କନ୍ଧମାଳ, ବୌଦ୍ଧ, ମାଲକାନଗିରି,କୋରାପୁଟ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *