ବ୍ୟୋମକେଶଙ୍କୁ ଯୁବ ଓ ଦେବୀଙ୍କୁ ଛାତ୍ର ଦାୟିତ୍ୱ

ବ୍ୟୋମକେଶଙ୍କୁ ଯୁବ ଓ ଦେବୀଙ୍କୁ ଛାତ୍ର ଦାୟିତ୍ୱ।ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ୨ ପ୍ରମୁଖ ଛାମୁଆ ସଙ୍ଗଠନର ମୁଖ୍ୟଙ୍କୁ ନିଯୁକ୍ତି କରାଯାଇଛି । ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ(ବାପି)ଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନୂତନ ଦାୟିତ୍ୱ ମିଳିଛି । ସେହିଭଳି କଟକ ଜିଲା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଛାତ୍ର ବିଜେଡି ସଭାପତି ଭାବେ ନିଯୁକ୍ତି ମିଳିଛି । ଦଳର ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ଏକ ବିଜ୍ଞପ୍ତି ମାଧ୍ୟମରେ ଏ ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଛନ୍ତି ।

Leave a Reply

Your email address will not be published. Required fields are marked *