କାର୍ତ୍ତିକ ପୂର୍ଣ୍ଣିମା ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର। ଆସନ୍ତା ୩୦ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଓ ନଦୀ ପୋଖରୀରେ ଗହଳି କରି ସ୍ନାନ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏହି କଟକଣା ଜାରି କରାଯାଇଛି। ଏହା ସହିତ ବଡ଼ଓଷାରେ ବିଭିନ୍ନ ସ୍ଥାନରେ ଏକାଠି ହେବାକୁ ମଧ୍ୟ ବାରଣ କରାଯାଇଛି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶରେ କୁହାଯାଇଛି ଯେ କାର୍ତ୍ତିକ ପୂର୍ଣ୍ଣିମାରେ ଲୋକମାନେ ଏକାଠି ହୋଇ ଡଙ୍ଗା ଭସାଉଥିବାରୁ ଓ ସାମୁହିକ ସ୍ନାନ କରୁଥିବାରୁ ତାହାଦ୍ବାରା କରୋନା ସଂକ୍ରମଣ ବଢିବାର ଆଶଙ୍କା ରହିଛି। ଫଳରେ ଏଭଳି ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି।