ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଅବପାତ ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି। ଫଳରେ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶା ସହ ଆଭ୍ୟନ୍ତରିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ତେବେ ଆହୁରି ଦୁଇ ଦିନ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ପବନ ବହିବ ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ରେଡ୍ ଓ୍ଵାର୍ଣ୍ଣିଂ: ଆସନ୍ତା କାଲି ସକାଳ ୮ଟା ୩୦ ମଧ୍ୟରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅଥି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅରେଞ୍ଜ ଓ୍ଵାର୍ଣ୍ଣିଂ: କଟକ, କେନ୍ଦ୍ରପଡ଼ା, ଜଗତସିଂହପୁର ଢେଙ୍କାନାଳ, ଦେବଗଡ, ସୁନ୍ଦରଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ୟେଲୋ ଓ୍ଵାର୍ଣ୍ଣିଂ: ନୂଆପଡ଼ା, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଏବଂ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ତେବେ ଏହି ସମୟରେ, ଭଦ୍ରକ, ବାଲେଶ୍ୱର,କେନ୍ଦ୍ରପଡ଼ା, ଜଗତସିଂହପୁର, ପୁରୀ, ଗଂଜାମ, ସୁନ୍ଦରଗଡ଼, ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ସେହିପରି ନୟାଗଡ଼, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୁଳ, ଦେବଗଡ, ବରଗଡ ଝାରସୁଗୁଡା ଏବଂ ସମ୍ବଲପୁର ଜିଲ୍ଲାରେ ଘଣ୍ଟା ପ୍ରତି ପବନର ବେଗ ରହିବ ୩୦ରୁ ୪୦ କିଲୋମିଟର ରହିବ।